Latest

ଚାକିରିରୁ ବିଦା ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ଭୁବନେଶ୍ବର (ସଂକେତ୍ ଟିଭି) ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସୂଚନା ଅନୁସାରେ, ପ୍ରଶାନ୍ତଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଦୁଇ ଦିନ ତଳେ ଗିରଫ କରାଯାଇଥିଲା। ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା। ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି। ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ ଭିଜିଲାନ୍ସ ଏସ ପି ଏମ ରାଧାକ୍ରିଷ୍ଣନ୍ ସୂଚନା ଦେଇଥିଲେ।

Leave a Reply

Your email address will not be published. Required fields are marked *