FeaturedLatestNews

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ (AIIMS) ସ୍ଥାନାନ୍ତର କରାଯାଇଛି। ଗତ ମଙ୍ଗଳବାର ହୃଦରୋଗରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ଵର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ଗୁରୁବାର ଦିନ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ମନ୍ତ୍ରୀ ଶ୍ରୀ ପୂଜାରୀ ଗତ ୩ ତାରିଖ ସନ୍ଧ୍ୟାରେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ଭୁବନେଶ୍ଵର ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ (ସିଟିଭି) ଆଇସିୟୁରେ ରଖାଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନିରନ୍ତର ନଜର ରଖାଯାଇଥିଲା। ଏମ୍ସର ଏକ ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ।

ରାଜସ୍ୱ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପ୍ରସାର ପରେ ବିଭିନ୍ନ ମହଳରେ ଚିନ୍ତା ପ୍ରକଟ କରାଯାଇଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି।