FeaturedLatestNews

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର (ସଂକେତ ଟିଭି): କମିଛି ତାତି, ଆହୁରି କମିବ। କାଳବୈଶାଖୀ ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ତାପମାତ୍ରା। କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଯାହା ଫଳରେ ପ୍ରଚଣ୍ଡ ତାତିରୁ ଆଶ୍ଵସ୍ତି ପାଇଛନ୍ତି ଲୋକେ।

ଆଜି ପୁଣି କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ କୁଆପଥର ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ବର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନାଗିରି ଏବଂ ନବରଙ୍ଗପୁର ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହା ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ସେହିପରି ଆଜି କାଳବୈଶାଖୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ଉପକୂଳ ଓଡ଼ିଶା ସହ, ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ୫ ତାରିଖ ଦିନ ପୁରା ରାଜ୍ୟରେ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏହି ଚେତାବନୀ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।