ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ ଓଟିଇଟି ପରୀକ୍ଷା
କଟକ(ସଂକେତ ଟିଭି): ଆଶାୟୀଙ୍କ ପାଇଁ ଖୁସି ଖବର ରହିଛି। ମାଧ୍ୟମିକ ଶିକ୍ଷା ପରିଷଦ ଜୁନ୍ ମାସରେ ଓଟିଇଟି ପରୀକ୍ଷା ହେବ ବୋଲି ଘୋଷଣା କରିଛି। ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଜୁନ୍ ୨୧ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।
ଏଥର ପରୀକ୍ଷା ଦୁଇଟି ସିଟିଂରେ ହେବ। ପ୍ରଥମ ସିଟିଂ ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ଦ୍ବିତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ।
ପରୀକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ବୋର୍ଡ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରୀକ୍ଷା କେନ୍ଦ୍ରକୁ ଯିବା ପୂର୍ବରୁ ସମସ୍ତ ପରୀକ୍ଷାର୍ଥୀଙ୍କୁ ତନତନ କରି ଯାଞ୍ଚ କରାଯିବ। ଏପରିକି ସମସ୍ତ ପ୍ରଶ୍ନପତ୍ରକୁ ଷ୍ଟ୍ରଙ୍ଗ ରୁମ୍ରେ କଡ଼ା ସୁରକ୍ଷା ମଧ୍ୟରେ ରଖାଯାଇଛି।
