FeaturedLatestNews

ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ, ଆଇସିୟୁରେ ଭର୍ତ୍ତି

ଭୁବନେଶ୍ୱର (ସଂକେତ ଟିଭି): ବିଜୁ ଜନତା ଦଳର ବରିଷ୍ଠ ନେତା, ବିଜୁ ଶ୍ରମିକ ସାମୁଖ୍ୟର ସଭାପତି ଏବଂ ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଗୁରୁତର ଅସୁସ୍ଥ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ହସ୍ପିଟାଲର ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି। ତାଙ୍କର ଅସୁସ୍ଥତା ନେଇ ରାଜନୈତିକ ମହଲରେ ଚିନ୍ତା ପ୍ରକାଶ ପାଇଛି।

ଏହି ଘଟଣାରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଫୁଲ ସାମଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ନବୀନ ପଟ୍ଟନାୟକ ଲେଖିଛନ୍ତି, “ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।”

ପ୍ରଫୁଲ ସାମଲ ଓଡ଼ିଶା ରାଜନୀତିରେ ଏକ ପରିଚିତ ନାମ। ସେ ପୂର୍ବରୁ ବିଜୁ ଜନତା ଦଳ ସରକାରରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ଏବଂ ଶ୍ରମିକ ଆନ୍ଦୋଳନ ସହ ଜଡ଼ିତ ରହିଛନ୍ତି। ତାଙ୍କର ଅସୁସ୍ଥତା ଖବର ପାଇବା ପରେ ଦଳୀୟ ନେତା ଓ କର୍ମୀମାନେ ତାଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛନ୍ତି। ହସ୍ପିଟାଲ ସୂତ୍ରରୁ ତାଙ୍କ ଅବସ୍ଥା ଉପରେ ନିରନ୍ତର ନଜର ରଖାଯାଇଥିବା ଜଣାପଡ଼ିଛି।