FeaturedLatestNews

୪୧ ଜଣ ଦୁର୍ନିତିଗ୍ରସ୍ତ କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରିଛି ରାଜ୍ୟ ସରକାର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): ଗତ ଅଢ଼େଇ ବର୍ଷ ମଧ୍ୟରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଜଣେ ଆଇ.ଏ.ଏସ୍ ଅଧିକାରୀ, ୮ ଜଣ ମୁଖ୍ୟ ଯନ୍ତ୍ରୀ ପାହ୍ୟାର ଅଧିକାରୀ, ୨ ଜଣ ବିଭାଗୀୟ ବନ ଅଧିକାରୀ, ଅବକାରୀ ଓ ଏସ୍.ଟି.ଏ ର ଯୁଗ୍ମ କମିଶନର, ୩ ଜଣ ଖଣି ଉପନିର୍ଦ୍ଦେଶକ, ୫ ଜଣ ତହସିଲର, ୪ ଜଣ ବିଡିଓ ଏବଂ ଅନେକ ସରକାରୀ ପଦାଧିକାରୀଙ୍କ ବିରୁଦ୍ଧରେ ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଛି।

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୪୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି। ୯୧ ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି। ୨୦୨୫ରେ କନଭିକ୍ସନ ରେଟ୍ ୫୦ ପ୍ରତିଶତ ଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ସର୍ବାଧିକ ୬୫ ପ୍ରତିଶତରେ ପହଞ୍ଚିଛି।

ଦୁର୍ନୀତି କ୍ଷେତ୍ରରେ ଏଭଳି ଉଚ୍ଚ ଦଣ୍ଡବିଧାନ ହାର ପାଇଁ ଓଡ଼ିଶା ଭିଜିଲାନ୍ସ ରାଜ୍ୟ ଭିତରେ ଓ ବାହାରେ ପ୍ରଶଂସିତ ହେଉଛି। ଲୋକସେବା ଭବନସ୍ଥିତ କନଭିକ୍ସନ ସେଣ୍ଟରରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *