FeaturedLatestNewsPolitics

୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର (ସଂକେତ ଟିଭି): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ କିଛି ସରକାରୀ କାର୍ଯ୍ୟକ୍ରମ ସହିତ ଦଳୀୟ କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ଗୃହମନ୍ତ୍ରୀଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଅମିତ ଶାହଙ୍କ ଏହି ଗସ୍ତରେ କିଛି ସରକାରୀ କାର୍ଯ୍ୟକ୍ରମ ରହିଛି। ଏହାସହ ବିଜେପିର ସାଂଗଠନିକ ଓ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ।
ତେବେ ତାଙ୍କର ଗସ୍ତ ସମୟରେ କେଉଁ କେଉଁ କାର୍ଯ୍ୟକ୍ରମ ରହିବ, କାର୍ଯ୍ୟସୂଚୀ ସାମ୍ନାକୁ ଆସିବା ପରେ ଅଧିକ ସ୍ପଷ୍ଟ ହେବ। ଅମିତ ଶାହଙ୍କ ଗସ୍ତ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଥିବାବେଳେ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି।

Leave a Reply

Your email address will not be published. Required fields are marked *