ଓଲଟିଲା ଭୁବନେଶ୍ବରରୁ ଦିଲ୍ଲୀ ଯାଉଥିବା ବସ୍ : ୨ ଗୁରୁତର, ୧୫ ଆହତ
ବାରିପଦା (ସଂକେତ ଟିଭି): ମୟୂରଭଞ୍ଜ ଜିଲ୍ଲାର ଝାରପୋଖରିଆ ବଜାର ନିକଟସ୍ଥ ଜାତୀୟ ରାଜପଥ-୧୮ ଉପରେ ଆଜି ଭୋର ପ୍ରାୟ ୩ଟା ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପ୍ରାୟ ୪୨ ଜଣ ଯାତ୍ରୀଙ୍କୁ ନେଇ ଦିଲ୍ଲୀ ଯାଉଥିବା ଏକ ଘରୋଇ ଶ୍ୟାମଳୀ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
ଏହି ଦୁର୍ଘଟଣାରେ ଦୁଇ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିବା ବେଳେ ୧୦ରୁ ୧୫ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।
ଖବର ପାଇ ଝାରପୋଖରିଆ ପୁଲିସ ଏବଂ ସାରସକଣା ଓ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବସରେ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଆହତମାନଙ୍କୁ ନିକଟସ୍ଥ ଶୀର୍ଷା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି।
