CulturalFeaturedLatestNews

ପଞ୍ଚୁକ ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ପଟେ ପ୍ରବେଶ ଏବଂ ଅନ୍ୟ ତିନି ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା

ପୁରୀ (ସଂକେତ ଟିଭି): ପଞ୍ଚୁକ ପାଇଁ ପୁରୀ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତି ଶେଷ କରିଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ପରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସମସ୍ତ ପ୍ରସ୍ତୁତି ସମ୍ପର୍ଣ୍ଣ ହୋଇଥିବା ସୂଚନା ଦେଇଛନ୍ତି।

ପଞ୍ଚୁକ ସମୟରେ ଲକ୍ଷ ଲକ୍ଷ ଭକ୍ତ ପୁରୀ ଆସିବେ ବୋଲି ଆଶା କରାଯାଉଛି। ତେଣୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଏବଂ ନୀତିକାନ୍ତି ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ଭୋର ୪ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ସମସ୍ତ ନୀତିକାନ୍ତି ଆରମ୍ଭ ହେବ, ଯାହାଫଳରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହୋଇପାରିବ।

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ।

ବୈଠକ ପରେ ଜିଲ୍ଲାପାଳ ସମସ୍ତ ବ୍ୟବସ୍ଥା ବିଷୟରେ ସୂଚନା ଦେଇଛନ୍ତି। ପଞ୍ଚୁକରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭକ୍ତଙ୍କ ଭିଡ଼ ଜମିବ ବୋଲି ଆଶା କରାଯାଉଛି। ଏଥିପାଇଁ ଶୃଙ୍ଖଳିତ ନୀତିକାନ୍ତି ଏବଂ ଦର୍ଶନ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ଭକ୍ତମାନେ ଯେମିତି ବିନା ଅସୁବିଧାରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ମାର୍କେଟ ଛକଠାରୁ ବ୍ୟାରିକେଡ଼ର ବ୍ୟବସ୍ଥା କରାଯାଇଛି।

ସେହିଭଳି ସିଂହଦ୍ୱାର ପଟେ ପ୍ରବେଶ ଏବଂ ଅନ୍ୟ ତିନି ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ଭିଡ଼ ନିୟନ୍ତ୍ରଣ କରିବା ସହଜ ହେବ। ଭକ୍ତଙ୍କ ପାଇଁ ପାନୀୟ ଜଳ, ସ୍ୱାସ୍ଥ୍ୟ ସେବା ସହ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ବିଭାଗୀୟ ଅଧିକାରୀମାନେ ନିଜ ନିଜ କାର୍ଯ୍ୟ ଠିକ୍ ଭାବେ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *