FeaturedLatestNews

ମୟୂରଭଞ୍ଜରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ମୃତ, ୨ ଗୁରୁତର

ବାରିପଦା (ସଂକେତ ଟିଭି): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଧିନ ୨୨୦ ନମ୍ବର ଜାତୀୟ ରାଜପଥର ପାଣ୍ଠ ଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇ କରଞ୍ଜିଆ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ମୃତକଦ୍ୱୟ ହେଲେ କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ନୁଁନୁ ମଢେଇ ଓ ମୟୂରଭଞ୍ଜ ଜିଲା ଝାରପୋଖରିଆର ନନ୍ଦଲାଲ ସାଓ।

ସୂଚନା ଅନୁଯାୟୀ, ରବିବାର ସକାଳେ ଘଟିଥିବା ଏହି ଦୁର୍ଘଟଣାରେ ବିପରୀତ ଦିଗରୁ ଆସୁଥିବା ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଜଣଙ୍କ ପ୍ରାଣବାୟୁ ଘଟଣାସ୍ଥଳରେ ହିଁ ଉଡ଼ିଯାଇଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଆହତ ହୋଇଥିବା ଦୁଇଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ତୁରନ୍ତ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ଖବରପାଇ ଯଶିପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ମେଡିକାଲକୁ ପଠାଇଥିଲା ଏବଂ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

ଏନେଇ ଯଶିପୁର ଥାନାରେ କେସ ନଂ ୪୧୦|୨୬ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *