Latest

ରାଜ୍ୟରେ ଆଉ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ବର, ୧୦।୫: ରାଜ୍ୟରେ ପୁଣି ୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୩ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ବାଲେଶ୍ଵର ରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ଭୋଗରାଇ ଅଞ୍ଚଳର ଏବଂ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ କୋଲକାତା ଓ ୫ ଜଣଙ୍କ କର୍ଣ୍ଣାଟକ ଲିଙ୍କ ରହିଥିବା ଜଣାପଡିଛି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓଡ଼ିଶାର ଏକ ନୂଆ ଜିଲ୍ଲାକୁ କବଳିତ କରିଛି  କରୋନା। ଏହା ହେଲା ଅନୁଗୁଳ। ଏହାଫଳରେ ଓଡ଼ିଶାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ଏଯାବତ୍ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *