FeaturedLatest

ରାଜ୍ଯରେ ହେଲା କୋହଳା ପାଗ, କେତେକ ସ୍ଥାନରେ ବର୍ଷା

ଭୂବନେଶ୍ବର ୨୦।୨: ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ଗତକାଲି ରହିଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ଏଭଳି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଓ କୋରାପୁଟ ଜିଲ୍ଲାର ଲମତାପୁଟ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଦେବଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ବର୍ଷା ଯୋଗୁଁ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟିଛି ଓ ଶୀତ କମିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ କୋହଲା ରହିବ ଓ କିଛି କିଛି ସ୍ଥାନରେ ବର୍ଷା ହେବାର ବି ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *