FeaturedGeneralLatest

ତାମିଲନାଡୁ ବାଣ କାରଖାନା ବିସ୍ଫୋରଣରେ ୧୭ ମୃତ

ଚେନ୍ନାଇ (ସଂକେତ ଟିଭି): ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି ୟୁନିଟ୍ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି।

ବାଣ କାରଖାନାରେ ହୋଇଥିବା ଏହି ଶକ୍ତିଶାଳୀ ବିସ୍ଫୋରଣ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅଧିକାରୀଙ୍କ ଅନୁସାରେ, ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଛି।

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଏହି ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ‘X’ ରେ ପୋଷ୍ଟ କରି ସେ କହିଛନ୍ତି ଯେ, କଟ୍ଟାନାପଟ୍ଟିର ବାଣ କାରଖାନା ବିସ୍ଫୋରଣରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ଖବର ଶୁଣି ସେ ଦୁଃଖିତ। ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ତୁରନ୍ତ ଘଟଣାସ୍ଥଳ ପରିଦର୍ଶନ କରି ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତଦାରଖ କରିବାକୁ ମନ୍ତ୍ରୀ କେ.କେ.ଏସ.ଏସ.ଆର. ରାମଚନ୍ଦ୍ରନ ଏବଂ ଥାଙ୍ଗମ ଥେନାରାସୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ପ୍ରଭାବିତ ପରିବାରକୁ ସମସ୍ତ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଜିଲ୍ଲା କଲେକ୍ଟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।