FeaturedLatestNews

ସାରା ଓଡ଼ିଶାକୁ ପହଞ୍ଚିଲା ମୌସୁମୀ ବାୟୁ, ୫ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ସଂକେତ ଟିଭି): ସାରା ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ମୌସୁମୀ ପହଞ୍ଚିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନ ପାଇଁ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଅଗ୍ରସର ହେଉଥିବା ବେଳେ ଏହା ଆଗାମୀ ଦିନମାନଙ୍କରେ ଚାଷ କାର୍ଯ୍ୟ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି।