FeaturedLatestNews

ଓଡ଼ିଶାରେ ୯ ତାରିଖରୁ ପୁଣି ଆରମ୍ଭ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (ସଂକେତ ଟିଭି): ଓଡ଼ିଶାରେ ବର୍ତ୍ତମାନ ମେଘୁଆ ପାଗ ସହିତ କିଛି ସ୍ଥାନରେ ବର୍ଷା ହେଉଛି। ଯଦିଓ ରାଜ୍ୟ ଉପରେ କୌଣସି ସକ୍ରିୟ ପାଣିପାଗ ନିୟାମକ ନାହିଁ, ପଡୋଶୀ ରାଜ୍ୟରେ ସକ୍ରିୟ ଥିବା ଟ୍ରପ ଲାଇନ ପ୍ରଭାବରେ କିଛି ଅଞ୍ଚଳରେ ବର୍ଷା ଜାରି ରହିଛି। ବର୍ତ୍ତମାନ ବର୍ଷାର ପରିମାଣ ଓ ବ୍ୟାପ୍ତି କମ୍ ଥିଲେ ହେଁ, ଆଗାମୀ ୩ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରୁ ପୁଣି ପ୍ରବଳ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୭ ତାରିଖ (ସୋମବାର): ଗଜପତି, ଗଞ୍ଜାମ, ଖୋରଧା, ପୁରୀ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୮ ତାରିଖ (ମଙ୍ଗଳବାର): ଗଞ୍ଜାମ, ଗଜପତି, ନୟାଗଡ଼, ଖୋରଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

୯ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ: ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋରଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ।

୧୦ ତାରିଖରୁ ବର୍ଷା ପରିମାଣ ବଢ଼ିବ: କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି।

୧୧ ତାରିଖ: ଗଞ୍ଜାମ, ଗଜପତି, ପୁରୀ, ଖୋରଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।