FeaturedLatestNews

ୟୁଏଇର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇ ଗସ୍ତରେ ରହିଛନ୍ତି। ଏହି ଗସ୍ତ କାଳରେ ସେ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍‌ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ଆଲୋଚନା କରିଛନ୍ତି।

ବୈଠକରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ଅର୍ଥନୈତିକ ଓ ନିବେଶ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ ଓଡ଼ିଶାର ଅନୁକୂଳ ବ୍ୟବସାୟିକ ପରିବେଶ, ସୁଦୃଢ଼ ଶିଳ୍ପ ଭିତ୍ତିଭୂମି ଏବଂ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ରହିଥିବା ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଇବା ସହ ୟୁଏଇର ନିବେଶକମାନଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଜଣାଇଥିଲେ।

ତିନିଦିନିଆ ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ସମୁଦାୟ ୩୦ଟି ମିଟିଂ, ୪ଟି ରାଉଣ୍ଡଟେବୁଲ ବୈଠକ ଓ ୩ଟି ଫିଲ୍ଡ ଭିଜିଟ୍ କରିବେ। ୧୧ ତାରିଖରେ ମୋହନଙ୍କ ଓଡ଼ିଶା ନିବେଶ ସମ୍ମିଳନୀ ରହିଛି।