FeaturedLatestNews

ବାତ୍ୟା ମୁକାବିଲା: ୫ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର (ସଂକେତ ଟିଭି): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଆକ୍ସନ ମୋଡ଼କୁ ଆସିଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ବରିଷ୍ଠ IAS ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

ଖବର ଅନୁଯାୟୀ, ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। ଆନ୍ଧ୍ରର କାକିନାଡାରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ପବନର ବେଗ ୧୦୦ କିମି ପାଖାପାଖି ରହିପାରେ। ତେବେ ବାତ୍ୟା ପ୍ରଭାବ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଦେଖିବାକୁ ମିଳିଛି। ଯାହାକୁ ଦୃଷ୍ଟିରେ ରଖି ଆକ୍ସନମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର।

ରାଜ୍ୟରେ ଆସୁଥିବା ସମ୍ଭାବ୍ୟ ବାତ୍ୟାର ପ୍ରସ୍ତୁତି ଓ ପରବର୍ତ୍ତୀ ରିଲିଫ୍ ପରିଚାଳନା, ପୁନରୁଦ୍ଧାର ସହ ସୁପରିଚାଳନା ପାଇଁ ୫ ଜଣ ବରିଷ୍ଠ IASଙ୍କୁ ଦାୟିତ୍ୱ ଦିଆଯାଇଛି। ଓଡ଼ିଶା ସରକାରଙ୍କ ପକ୍ଷରୁ ୫ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଦାୟିତ୍ୱ ଦିଆଯାଇଛି।

ତେବେ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ରାୟଗଡ଼ା ଜିଲ୍ଲା, ପୋମା ଟୁଡୁଙ୍କୁ କୋରାପୁଟ ଜିଲ୍ଲା, ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲା, ୟେଦ୍ଦୁଲା ବିଜୟ ମାଲକାନଗିରି ଜିଲ୍ଲା, ମହେଶ୍ୱର ସ୍ୱାଇଁଙ୍କୁ ନବରଙ୍ଗପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

Leave a Reply

Your email address will not be published. Required fields are marked *